ଉତ୍କଳ voice news - utkalvoicenews.com
Ads Left
Ads Right
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ରାୟଗଡ଼ା ଜିଲ୍ଲା ଭାରତୀୟ ମଜଦୂର ସଂଘର ୭୨ ତମ ପ୍ରତିଷ୍ଠା ଦିବସ ପାଳନ ।

ରାୟଗଡ଼ା, 25/07/2026, ଉତ୍କଳ voice news - utkalvoicenews.com( ରାୟଗଡ଼ା ରୁ ପ୍ରଫୁଲ୍ଲ କୁମାର ବେହେରା ଙ୍କ ରିପୋର୍ଟ ) ତା : ୨୩/୦୭/୨୬ :
Article Image
ରାୟଗଡ଼ା ଗାୟତ୍ରୀ ନଗର ସ୍ଥିତ ବରିଷ୍ଠ ନାଗରିକ କାର୍ଯ୍ୟାଳୟ ଠାରେ ଭାରତୀୟ ମଜଦୂର ସଂଘର ୭୨ ତମ ପ୍ରତିଷ୍ଠା ଦିବସ ମହା ଆଡମ୍ବର ସହକାରେ ପାଳନ କରାଯାଇଛି ।
Article Image
ଏହି ଅବସରରେ ସଂଘର ନିଷ୍ପତ୍ତି କ୍ରମେ ପ୍ରେମ ପାହାଡ଼ ଏବଂ ଡୁମାଗୁଡା ଗ୍ରାମର ରାସ୍ତାରେ ଅଁଳା , ବେଲ , ଲିମ , ପଣସ , ପିଜୁଳି ଏବଂ ଔଷଧୀୟ ଗଛର ଚାରା ରୋପଣ କରାଯାଇଥିଲା । ପରେ ଭାରତୀୟ ମଜଦୂର ସଂଘ ର ପତାକା ଉତ୍ତୋଳନ କରି ଭଗବାନ ବିଶ୍ଵକର୍ମା , ଭାରତ ମାତା ଏବଂ ଭାରତୀୟ ମଜଦୁର ସଂଘର ପ୍ରତିଷ୍ଠାତା ଦତ୍ତୋପନ୍ତ ଠେଙ୍ଗଡୀ ଜିଙ୍କ ଫଟୋ ଚିତ୍ର ରେ ପୂଷ୍ପ ଦ୍ଵିପ ପ୍ରଜ୍ବଳନ କରି ଶ୍ରମିକ ଭଉଣୀ ମାନଙ୍କ ଦ୍ୱାରା ଶ୍ରମିକ ଗୀତ ଗାନ କରି କାର୍ଯ୍ୟକ୍ରମ ଆରମ୍ଭ ହେଇଥିଲା
Article Image
ଉକ୍ତ କାର୍ଯ୍ୟକ୍ରମରେ ଅତିଥି ଭାବେ ସମାଜସେବୀ ରାଷ୍ଟ୍ରୀୟ ସ୍ଵୟଂ ସେବକ ସଂଘ ସକ୍ଷମର ରାଜ୍ୟ ସଂରକ୍ଷକ ତଥା କର୍ମଜୀବି ସାମ୍ବାଦିକ ସଂଘର ରାଜ୍ୟ ସଭାପତି ଶ୍ରୀ ବାଦଲ ତା , ଶ୍ରମିକ ନେତା ତଥା ଭାରତୀୟ ମଜଦୁର ସଂଘ ର ରାଜ୍ୟ ଉପସଭାପତି ଶ୍ରୀ ଯୋଗେଶ୍ଵର ଦାସ , ରାୟଗଡ଼ା ଜିଲ୍ଲା ସ୍ଵତନ୍ତ୍ର ଉନ୍ନୟନ ପରିଷଦ ଉପାଧ୍ୟକ୍ଷ ଶ୍ରୀମତୀ ମଞ୍ଜୁଳା ମୀନିୟାକା , ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଅରୁଣ ଲେଙ୍କା , ମହିଳା ନେତ୍ରୀ ଶ୍ରୀମତୀ ଜୟନ୍ତୀ ପଦ୍ମାଳୟା ସାହୁ , ଗୀତାଞ୍ଜଳି ହୀଅଲ , ମମତା ବିଶ୍ଵାଳ, ସମିର ଖରା , ଯୋଗ ଦେଇ ନିଜ ନିଜ ବକ୍ତବ୍ୟରେ ସ୍ଵାଧୀନତା ପ୍ରାପ୍ତି ପରେ ଶ୍ରମିକ ମାନଙ୍କ ସ୍ବାର୍ଥ ରକ୍ଷା ପାଇଁ ଭିନ୍ନ ଭିନ୍ନ ରାଜନୈତିକ ବିଚାର ଧାରା ରଖୁଥିବା ଅନେକ ଗୁଡ଼ିଏ ଶ୍ରମିକ ସଂଘଠନ ସୃଷ୍ଟି ହୋଇଥିଲା । କିନ୍ତୁ ରାଜନୈତିକ ବିଚାରା ଧାରା ଠାରୁ ଦୂରେଇ ରହି ଶ୍ରମିକ ମାନଙ୍କ ହିତ ପାଇଁଁ ଭାରତୀୟ ବିଚାରକୁ ଦୃଷ୍ଟିରେ ରଖି ଏକ ଅଣ ରାଜନୈତିକ ଶ୍ରମିକ ସଂଗଠନ ଏବଂ ଭାରତୀୟ ବିଚାର ରେ ଶ୍ରମିକ ମାନଙ୍କ ସମସ୍ତ ସମସ୍ୟାର ସମାଧାନ କରିବା ନେଇ ଦେଶ ଗଠନରେ ଆଗରେ ରହି ଶ୍ରମିକ ମାନଙ୍କ ସମସ୍ତ ସମସ୍ୟାକୁ ସମାଧାନ କରିବା ସହ ତାଙ୍କ ସହ ରହି ଆଜି ସାରା ଦେଶରେ ପ୍ରଥମ ସ୍ଥାନ ଅଧିକାର କରି ୭୨ ବର୍ଷ ପୂର୍ତ୍ତି ପାଳନ କରିଆସୁଛି ଭାରତୀୟ ମଜଦୂର ସଂଘ ବୋଲି ପ୍ରକାଶ କରିଥିଲେ । ଅନୁଷ୍ଠିତ କାର୍ଯ୍ୟ କ୍ରମରେ ଭାରତୀୟ ମଜଦୂର ସଂଘ ଦ୍ୱାରା ପରିଚାଳିତ ସମସ୍ତ ସଂଗଠନର ୫ ସହ ରୁ ଉର୍ଦ୍ଧ୍ବ କାର୍ଯ୍ୟକର୍ତ୍ତା ଯୋଗଦେଇଥିଲେ। ଭାରତୀୟ ମଜଦୂର ସଂଘର ଜିଲ୍ଲା ସମ୍ପାଦକ ଶ୍ରୀ ଗଣେଶ କୁମାର ସାହୁ , ଜିଲ୍ଲା ସଭାପତି ଶ୍ରୀ ମହନ ରାଓ ମାଝୀଙ୍କ ନେତୃତ୍ୱରେ ଆୟୋଜିତ କାର୍ଯ୍ୟକ୍ରମକୁ ସଂଘର ଜିଲ୍ଲା କାର୍ଯ୍ୟକାରୀ ସଭାପତି ଧର୍ମ ସିଂ ନାଗ , ଉପସଭାପତି ଶ୍ରୀ ଦୂର୍ଗା ମାଧବ ଘୋଷ , ଶ୍ରୀମତୀ ତମାଳ ସାହୁକାର, ଶ୍ରୀମତୀ ନେହା ସିଂ , ନିରଞ୍ଜନ ସେନାପତି , ପରମାନନ୍ଦ ପ୍ରଧାନ , ତପନ କାଡ୍ରାକା,ପ୍ରତାପ ସାହୁ,ସୁନ୍ଦର ରାଓ କାଡ୍ରାକା ପରିଚାଳନା କରିଥିଲେ । ଉକ୍ତ କାର୍ଯ୍ୟକ୍ରମକୁ ସଂଘ ର ଜିଲ୍ଲା କୋଷାଧ୍ୟକ୍ଷ ଶ୍ରୀମତୀ ଉଷାରାଣୀ ଦାଶ ଉପସ୍ଥିତ ସମସ୍ତ କାର୍ଯ୍ୟକର୍ତ୍ତା ମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।
4