ଉତ୍କଳ voice news - utkalvoicenews.com
Ads Left
Ads Right
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ଜିଲ୍ଲା କୃଷକ ମୋର୍ଚ୍ଚାର ଗୁରୁତ୍ୱପୂର୍ଣ୍ଣ ସାଂଗଠାନିକ ସଭା ଅନୁଷ୍ଠିତ

ଜଗତସିଂହପୁର, 08/08/2026, ଉତ୍କଳ voice news - utkalvoicenews.com( ଜିଲ୍ଲା ପ୍ରତିନିଧି ନୃସିଂହ ମଲ୍ଲିକ ଙ୍କ ରିପୋର୍ଟ ) :
Article Image
ଭାରତୀୟ ଜନତା ପାର୍ଟି ଜଗତସିଂହପୁର ଜିଲ୍ଲା କୃଷକ ମୋର୍ଚ୍ଚା ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ସାଙ୍ଗଠନିକ ସଭା ଅଗଷ୍ଟ ୭ ତାରିଖ ଅପରାହ୍ନ ୨ଟା ସମୟରେ ଜିଲ୍ଲା ବିଜେପି କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିଲା। ଜିଲ୍ଲା କୃଷକ ମୋର୍ଚ୍ଚା ସଭାପତି ପ୍ରଶାନ୍ତ କୁମାର ସ୍ୱାଇଁଙ୍କ ନେତୃତ୍ୱରେ ଆୟୋଜିତ ଏହି ସଭାରେ ଜିଲ୍ଲା ସଭାପତି ପ୍ରତାପ ମିଶ୍ର, ରାଜ୍ୟ କୃଷକ ମୋର୍ଚ୍ଚା ଉପସଭାପତି ଆଲୋକ ମହାନ୍ତି ଏବଂ ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ ତଥା ଜିଲ୍ଲା କୃଷକ ମୋର୍ଚ୍ଚା ପ୍ରଭାରୀ ସରୋଜକାନ୍ତ ସାହୁ ପ୍ରମୁଖ ଯୋଗଦେଇଥିଲେ। ସଭାରେ ସଂଗଠନକୁ ଅଧିକ ସୁଦୃଢ଼ କରିବା, ଆଗାମୀ ସାଙ୍ଗଠନିକ କାର୍ଯ୍ୟକ୍ରମ ଏବଂ କୃଷକମାନଙ୍କ ସହ ଜଡ଼ିତ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା। ଜିଲ୍ଲା କୃଷକ ମୋର୍ଚ୍ଚାର ସମସ୍ତ ପଦାଧିକାରୀ ଓ ଜିଲ୍ଲା କାର୍ଯ୍ୟକାରିଣୀ ସଦସ୍ୟମାନେ ସଭାରେ ଉପସ୍ଥିତ ରହି ସାଙ୍ଗଠନିକ ଆଲୋଚନାରେ ଭାଗ ନେଇଥିଲେ।
9