ଉତ୍କଳ voice news - utkalvoicenews.com
Ads Left
Ads Right
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ଅବନୀ ବାଲିତୁଠ ମଣ୍ଡଳ କୃଷକ ମୋର୍ଚ୍ଚା ସଭାପତି

ଏରସମା, 22/08/2026, ଉତ୍କଳ voice news - utkalvoicenews.com( ଏରସମା ରୁ ଅଂଶୁମାନ ମିଶ୍ର ଙ୍କ ରିପୋର୍ଟ ) :
Article Image
ଏରସମା ବ୍ଲକ ଚାରି ନଂ ଜୋନର ଭାରତୀୟ ଜନତା ପାର୍ଟିର ଦୃଢ ସଂଗଠକ ଅବନୀ ମୋହନ ଭୂୟାଁଙ୍କୁ ବିଜେପି ଦଳର ବାଲିତୁଠ ମଣ୍ଡଳ କୃଷକ ମୋର୍ଚ୍ଚା ସଭାପତି ଭାବେ ମନୋନୀତ କରାଯାଇଛି। ରାଜ୍ୟ ବିଜେପି ଦଳର ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଣ୍ଡଳ ସ୍ତରୀୟ କୃଷକ ମୋର୍ଚ୍ଚା ସଭାପତିଙ୍କ ନାମ ଘୋଷଣା କରାଯାଇଥିଲା। ଏହି ଘୋଷଣାରେ ଏରସମା ବ୍ଲକ ବାଲିତୁଠ ମଣ୍ଡଳ କୃଷକ ମୋର୍ଚ୍ଚା ସଭାପତି ଭାବେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଇଥିବାରୁ ଶ୍ରୀ ଭୂୟାଁ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ଜିଲ୍ଲା ସଭାପତି ପ୍ରତାପ ମିଶ୍ର, ରାଜ୍ୟ କୃଷକ ମୋର୍ଚ୍ଚା ସଭାପତି ଶୁଭ୍ରାଂଶୁ ପାଢୀ, ଜିଲ୍ଲା କୃଷକ ମୋର୍ଚ୍ଚା ସଭାପତି ପ୍ରଶାନ୍ତ ସ୍ୱାଇଁ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସତ୍ୟ ସାରଥୀ ମହାନ୍ତିଙ୍କ ସମେତ ସମସ୍ତ ଜିଲ୍ଲା ବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏଥିପାଇଁ ଏରସମା ଅଞ୍ଚଳ ବାସୀ ଶ୍ରୀ ଭୂୟାଁଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
8