ଉତ୍କଳ voice
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ରକ୍ଷା ବନ୍ଧନ ଉତ୍ସବ ଆଡ଼ମ୍ବର ସହ ପାଳିତ

ବୁଗୁଡ଼ା, 27/08/2026, ଉତ୍କଳ voice news - utkalvoicenews.com(ସୋରେନ କୁମାର ପ୍ରଧାନ ଙ୍କ ରିପୋର୍ଟ):
Article Image
ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ପବିତ୍ର ଶ୍ରାବଣ ପୂର୍ଣ୍ଣିମା ତିଥି ଅବସରରେ "ରକ୍ଷା ବନ୍ଧନ ଉତ୍ସବ" ଅତ୍ୟନ୍ତ ଉତ୍ସାହ ଓ ଆଡ଼ମ୍ବରରେ ପାଳିତ ହୋଇଯାଇଛି।ବିଦ୍ୟାଳୟର ପ୍ରଧାନାଚାର୍ଯ୍ୟ ଚଣ୍ଡୀ ପ୍ରସାଦ ବେହେରାଙ୍କ ପୌରହିତ୍ୟରେ ଅନୁଷ୍ଠିତ ଏହି ଉତ୍ସବରେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଗୌରୀ ଶଙ୍କର ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ମୁଖ୍ୟ ଅତିଥି ଶ୍ରୀ ମିଶ୍ର ଛାତ୍ରଛାତ୍ରୀମାନଙ୍କୁ ମାର୍ଗଦର୍ଶନ ପ୍ରଦାନ କରିବା ସହ ରକ୍ଷା ବନ୍ଧନ ଉତ୍ସବ ପାଳନର ସଂସ୍କୃତି, ପରମ୍ପରା ଓ ଆଧ୍ୟାତ୍ମିକ ତାତ୍ପର୍ଯ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ।ଏହି ଅବସରରେ ଶିଶୁ ମନ୍ଦିରର ଛାତ୍ରଛାତ୍ରୀ ମାନେ ଗୁରୁଜୀ ଓ ଗୁରୁମାମାନଙ୍କ ଗହଣରେ ଯାଇ ବିଭିନ୍ନ କାର୍ଯ୍ୟାଳୟ ସମେତ ସାହି ପରିକ୍ରମା କରି ରକ୍ଷା ବନ୍ଧନ କାର୍ଯ୍ୟ କରିଥିଲେ।ଏହି କାର୍ଯ୍ୟକ୍ରମକୁ ବିଦ୍ୟାଳୟର ସମସ୍ତ ଗୁରୁଜୀ ଓ ଗୁରୁମା ପରିଚାଳନାରେ ସହଯୋଗ କରିଥିଲେ।
Article Image
Article Image
17