ଉତ୍କଳ voice news - utkalvoicenews.com
Ads Left
Ads Right
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ବୁଗୁଡ଼ାର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଜାତୀୟ ବିଜ୍ଞାନ ଦିବସ ପାଳିତ

ବୁଗୁଡ଼ା, 28/02/2025, ଉତ୍କଳ voice news - utkalvoicenews.com(ସୋରେନ କୁମାର ପ୍ରଧାନ) :
Article Image
ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ସ୍ବପରିସରରେ ୩୯ତମ ଜାତୀୟ ବିଜ୍ଞାନ ଦିବସ ପାଳିତ ହୋଇଯାଇଛି । ପରିଚାଳନା ସମିତି ସମ୍ପାଦକ ବିଶ୍ବ ମୋହନ ମିଶ୍ରଙ୍କ ପୌରୋହିତ୍ଯରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ବିଜ୍ଞାନ ଶିକ୍ଷୟିତ୍ରୀ ବିଷ୍ଣୁପ୍ରିୟା ପଟ୍ଟନାୟକ ଓ ସମ୍ମାନିତ ଅତିଥି ଭାବେ ସମିତି କୋଷାଧ୍ୟକ୍ଷ ତ୍ରିଲୋଚନ ସାହୁ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ମାର୍ଗ ଦର୍ଶନ କରିବା ସହ ବୈଜ୍ଞାନିକ ମନୋବୃତ୍ତି ସମ୍ପନ୍ନ ବ୍ୟକ୍ତି ରୂପେ ନିଜକୁ ଗଢି ତୋଳିବାକୁ ପରାମର୍ଶ ଦେଇଥିଲେ । ଏଥି ସହ ଉକ୍ତ ଦିବସ ପାଳନର ଉଦ୍ଦେଶ୍ୟ ଜ୍ଞାପନ ସାଙ୍ଗକୁ ବିଜ୍ଞାନ କ୍ଷେତ୍ରରେ ବିଶ୍ବକୁ ଭାରତୀୟ ବୈଜ୍ଞାନିକଙ୍କ ଅତୁଳନୀୟ ଅବଦାନ ସମ୍ପର୍କେ ଆଲୋକପାତ କରିଥିଲେ । ଏ ଅବସରରେ ପରିବେଶ ସୁରକ୍ଷା ସକାଶେ ବୃକ୍ଷର ଆବଶ୍ୟକତା ଏବଂ ଏହାର ବୈଜ୍ଞାନିକ ଦୃଷ୍ଟିକୋଣକୁ ଆଧାର କରି ଛାତ୍ରଛାତ୍ରୀଙ୍କ ଦ୍ଵାରା ଏକ କ୍ଷୁଦ୍ର ଗୀତିନାଟ୍ୟ ପରିବେଷଣ ସଙ୍ଗେ ସଙ୍ଗେ ଶିକ୍ଷାର୍ଥୀଙ୍କ ମଧ୍ୟରେ ବିଜ୍ଞାନ ପ୍ରତି ରୁଚି ଓ ଅନୁରାଗ ସୃଷ୍ଟି ଲକ୍ଷ୍ୟରେ ଗୁରୁଜୀ, ଗୁରୁମା ଏବଂ ଛାତ୍ରଛାତ୍ରୀଙ୍କ ଦ୍ଵାରା ପ୍ରସ୍ତୁତ ବିଭିନ୍ନ ବିଜ୍ଞାନ ପରୀକ୍ଷଣ ପ୍ରଦର୍ଶିତ ହୋଇଥିଲା। ଏଥି ସହ ପୂର୍ବରୁ ଆୟୋଜିତ ବିଜ୍ଞାନ ପ୍ରଶ୍ନମଞ୍ଚ ଏବଂ ସଂସ୍କୃତି ଜ୍ଞାନ ପରୀକ୍ଷାର କୃତି ଛାତ୍ରଛାତ୍ରୀଙ୍କୁ ଅତିଥିଙ୍କ ଦ୍ଵାରା ପୁରସ୍କୃତ ପୂର୍ବକ ଉତ୍ସାହିତ କରାଯାଇଥିଲା। ଗୁରୁମା ସୁମତି ମିଶ୍ରଙ୍କ ସଂଯୋଜନାରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମର ପ୍ରାରମ୍ଭରେ ଛାତ୍ରୀ ବିଦ୍ଯାଙ୍ଗିନୀ ବେବର୍ତ୍ତା ଅମୃତ ବଚନ ପ୍ରଦାନ ଏବଂ ପ୍ରଧାନାଚାର୍ଯ୍ଯ ଆଟଲ୍ ଲିଙ୍ଗରାଜ ସ୍ବାଗତ ଭାଷଣ ସହ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ପରିଶେଷରେ ବିଜ୍ଞାନ ପ୍ରମୁଖ ଗୁରୁଜୀ ଜଗନ୍ନାଥ ରଥ ଧନ୍ୟବାଦ ଅର୍ପଣ କରିଥିଲେ । ସେହିପରି ସ୍ଥାନୀୟ ବୁଦ୍ଧଗିରି ବିଦ୍ୟାପୀଠ ସମେତ ବିଭିନ୍ନ ବିଦ୍ୟାଳୟରେ ମଧ୍ଯ ଜାତୀୟ ବିଜ୍ଞାନ ଦିବସ ପାଳିତ ହୋଇଯାଇଛି।
Article Image
Article Image
1