ଉତ୍କଳ voice
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ରାୟଗଡ଼ରେ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ: ୪୯,୨୧୭ ମାମଲାର ଫଇସଲା, ₹୬୫.୩୭ ଲକ୍ଷର ସେଟେଲମେଣ୍ଟ

ରାୟଗଡ଼ା, 12/09/2026, ଉତ୍କଳ voice news - utkalvoicenews.com( ରାୟଗଡ଼ା ରୁ ପ୍ରଫୁଲ୍ଲ କୁମାର ବେହେରା ଙ୍କ ରିପୋର୍ଟ ) :
Article Image
ଜିଲ୍ଲା ଆଇନ ସେବା ପ୍ରାଧିକରଣ, ରାୟଗଡ ତତ୍ତ୍ୱାବଧାନରେ ରାୟଗଡ ଜିଲ୍ଲା ସିଭିଲକୋର୍ଟ ପରିସରରେ ଆଜି ତୃତୀୟ ରାଷ୍ଟ୍ରୀୟ ଲୋକଅଦାଲତ ଅନୁଷ୍ଠିତ ହୋଇଯାଇଅଛି l ଏହି ଲୋକ ଅଦାଲତରେ ରାୟଗଡ ଜିଲ୍ଲା ଅଦାଲତ ସମେତ ଗୁଣୁପୁର, ବିଷମକଟକ, କାଶିପୁର, ପଦ୍ମପୁର ଓ ମୁନିଗୁଡା ଅଦାଲତ ରେ ଦୀର୍ଘ ଦିନ ଧରି ପଡିରହିଥିବା ୧୫୪ ଟି ମାମଲାର ଫଇସଲା ହୋଇ, ସମୁଦାୟ ଟ. ୬୦,୪୪,୩୫୫/-(ଷାଠିଏ ଲକ୍ଷ ଚଉରାଳିସ ହଜାର ତିନି ସହ ପଞ୍ଚାବନ ଟଙ୍କା) ଟଙ୍କା ର ସେଟେଲମେଣ୍ଟ କରାଯାଇଅଛି l ସେହିପରି ରାଜସ୍ୱ ସମ୍ବନ୍ଧିତ ୪୯,୦୦୧ ଟି ମାମଲା ଫଇସଲା ହୋଇଅଛି ଓ ପ୍ରିଲିଟିଗେସନ ସମ୍ବନ୍ଧିତ ୬୨ ଟି ମାମଲାର ଫଇସଲା ହୋଇ ସମୁଦାୟ ଟ.୪,୯୩,୦୬୧/-(ଚାରି ଲକ୍ଷ ତେୟାନବେ ହଜାର ଏକ ଷଠି) ଟଙ୍କା ର ସେଟେଲମେଣ୍ଟ କରାଯାଇଅଛି l ଏହି ଲୋକ ଅଦାଲତ ଜିଲ୍ଲା ଆଇନ ସେବା ପ୍ରାଧିକରଣ ର ଅଧ୍ୟକ୍ଷ ତଥା ଜିଲ୍ଲା ଦୌରା ଜଜ୍ ଶ୍ରୀ ଦାମୋଦର ରଥ ଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଥିବା ଏହି ଲୋକ ଅଦାଲତ କୁ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ପରିଚାଳନା କରିଥିଲେ I ଏଥିରେ ପରିବାର ଅଦାଲତ ର ବିଚାରପତି ଶ୍ରୀ ସଞୟ କୁମାର ସାହୁ, ଅତିରିକ୍ତ ଜିଲ୍ଲା ଦୌରା ଜଜ୍(ପୋକ୍ସ) ଶ୍ରୀ ସଞ୍ଜିତ୍ କୁମାର ବେହେରା, ଅତିରିକ୍ତ ଜିଲ୍ଲା ଦୌରା ଜଜ୍ ଶ୍ରୀମତି ଆଳ୍ପନା ସ୍ୱାଇଁ, ମୂଖ୍ୟ ବିଚାର ବିଭାଗୀୟ ଦଣ୍ଡାଧିକାରୀ ଶ୍ରୀମତି ଅପର୍ନା ମହାପାତ୍ର, ବରିଷ୍ଟ ଦେୱାନି ବିଚାରପତି ଶ୍ରୀ ଆଶିସ ପଟ୍ଟନାଏକ, ମହିଳା କୋଟର ବିଚାରପତି ଶ୍ରୀମତି ସସ୍ମିତା ମିଶ୍ର, ଏସ୍.ଡି.ଜେ.ମ୍ ଶ୍ରୀମତି ସୁଦେସ୍ନା ପଟ୍ଟନାଏକ, ଗ୍ରାମ ନ୍ୟାୟଧିକାରୀ ଶ୍ରୀମତି ଜ୍ୟୋତିରମୟୀ ଷଡଙ୍ଗୀ, ଜେ.ଏମ୍.ଏଫ୍.ସି ପାୟଲ ଅତା ଏବଂ ରାୟଗଡ ବାର ଆସୋସିଏସନର ସଭାପତି ଶ୍ରୀ ବ୍ରଜ ସୁନ୍ଦର ନାଏକ, ସଚିବ ରମେଶ ଚନ୍ଦ୍ର ପାଢୀ ଓ ଅନ୍ୟ ଆଇନଜୀବି ପ୍ରମୁଖ ବିଭିନ୍ନ ଅଦାଲତ ପରିସରରେ ଅନୁଷ୍ଠିତ ହେଇଥିବା ବେଞ୍ଛରେ ଯୋଗଦେଇଥିଲେ l ଏହି ଲୋକ ଅଦାଲତ ଟିକୁ ସଫଳ କରିଥିବାରୁ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ଜିଲ୍ଳାର ଜନସାଧାରଣ ତଥା ଆଇନଜୀବି ଓ ରାଜସ୍ୱ ବିଭାଗ ଓ ସରକାରୀ ଅଧିକାରୀ, ବ୍ୟାଙ୍କ ଅଧିକାରୀ ଓ କର୍ମଚାରୀ ମାନଙ୍କୁ ଧନ୍ୟବାଦ ଜ୍ଞାପନ କରିଛନ୍ତି l
13