ଉତ୍କଳ voice
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରର ପ୍ରସ୍ତୁତି ବୈଠକ

କୁଜଙ୍ଗ, 12/09/2026, ଉତ୍କଳ voice news - utkalvoicenews.com( କୁଜଙ୍ଗ ରୁ ରଶ୍ମିରଞ୍ଜନ ଦାସ ଙ୍କ ରିପୋର୍ଟ। ) :
Article Image
ତା - ୧୨/୦୯: କୁଜଙ୍ଗ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସଭାଗୃହରେ ଆଗାମୀ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରର ପ୍ରାକ୍-ପ୍ରସ୍ତୁତି ବୈଠକ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ସଂଗ୍ରାମ କିଶୋର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ କୁଜଙ୍ଗ ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ରୀନା ରାଣୀ ସାହୁ, ବିଡିଓ ଶ୍ରୀ ଦୀପକ ପ୍ରସାଦ ସାଇଁ, କୁଜଙ୍ଗ ସ୍ୱାସ୍ଥ୍ୟ ଗୋଷ୍ଠୀ କେନ୍ଦ୍ରର ଡାକ୍ତର ଶ୍ରୀ ସତ୍ୟଜିତ ପ୍ରଧାନଙ୍କ ସମେତ କୁଜଙ୍ଗ ବ୍ଲକର ସସ୍ମିତା ଦାସ ପ୍ରମୁଖ ଯୋଗ ଦେଇଥିଲେ। ଆଗାମୀ ୨୭ ତାରିଖରେ କୁଜଙ୍ଗସ୍ଥିତ ବନବିହାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହେବ। ଶିବିରକୁ ସୁଚାରୁ ଓ ସଫଳତାର ସହ ଆୟୋଜନ କରିବା ପାଇଁ ବୈଠକରେ ବିଭିନ୍ନ ପ୍ରସ୍ତୁତି ଓ ବ୍ୟବସ୍ଥା ସମ୍ପର୍କରେ ଆଲୋଚନା ହୋଇଥିଲା। ଏହି ବୈଠକରେ ଜିଲ୍ଲା ପରିଷଦ ସଦସ୍ୟ-ସଦସ୍ୟା, ପଞ୍ଚାୟତ ସମିତି ସଦସ୍ୟ-ସଦସ୍ୟା, ବ୍ଲକର ସମସ୍ତ ସରପଞ୍ଚ ଏବଂ ଅଙ୍ଗନବାଡ଼ି କର୍ମୀମାନେ ଉପସ୍ଥିତ ଥିଲେ।
11