ଉତ୍କଳ voice
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ଶିଆଳୀରେ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଭଙ୍ଗା ଘଟଣା : ଏସ୍‌ପିଙ୍କୁ ଭେଟିଲେ ବିଜେଡି ନେତା ଓ କର୍ମୀ

ଜଗତସିଂହପୁର, 19/09/2026, ଉତ୍କଳ voice news - utkalvoicenews.com(ଜଗତସିଂହପୁରରୁ ରୀତା ସାହୁଙ୍କ ରିପୋର୍ଟ) :
Article Image
ତା. ୧୮/୦୯/୨୦୨୬: ଜଗତସିଂହପୁର ଜିଲ୍ଲା ଏରସମା ବ୍ଲକ ଅନ୍ତର୍ଗତ ଶିଆଳୀ ଠାରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଭଙ୍ଗା ଘଟଣାକୁ ୯ ଦିନ ବିତିଥିଲେ ମଧ୍ୟ ପୋଲିସ ପକ୍ଷରୁ ଦୋଷୀଙ୍କ ବିରୋଧରେ କୌଣସି ଦୃଶ୍ୟମାନ କାର୍ଯ୍ୟାନୁଷ୍ଠାନ ହୋଇନଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ବିଜୁ ପ୍ରେମୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଏହି ପରିପ୍ରେକ୍ଷୀରେ ଏରସମା ବ୍ଲକ ବିଜେଡି ସଭାପତି ପାର୍ଥସାରଥୀ ରାଉତଙ୍କ ନେତୃତ୍ୱରେ ବହୁ ଦଳୀୟ ନେତା ଓ କର୍ମୀ ଜଗତସିଂହପୁର ଜିଲ୍ଲା ଏସ୍‌ପିଙ୍କୁ ଭେଟି ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଘଟଣାରେ ସମ୍ପୃକ୍ତ ଦୋଷୀଙ୍କୁ ତୁରନ୍ତ ଗିରଫ କରିବା ସହ ତାଙ୍କ ବିରୋଧରେ ଦୃଢ଼ ଆଇନଗତ କାର୍ଯ୍ୟାନୁଷ୍ଠାନ ନେବାକୁ ବିଜେଡି ପକ୍ଷରୁ ଦାବି କରାଯାଇଛି। ଏଥିସହ ୭ ଦିନ ମଧ୍ୟରେ ପୋଲିସ ପକ୍ଷରୁ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନ ହେଲେ ବିଜୁ ଜନତା ଦଳ ପକ୍ଷରୁ ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦିଆଯାଇଛି।
8