ବୁଗୁଡ଼ା, 29/09/2026, ଉତ୍କଳ voice news - utkalvoicenews.com(ସୋରେନ କୁମାର ପ୍ରଧାନ ଙ୍କ ରିପୋର୍ଟ):

ଗଞ୍ଜାମ ଜିଲ୍ଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ବାଲିପଦରସ୍ଥିତ ପିଏମ୍ ଶ୍ରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନଶିକ୍ଷକ ପ୍ରଶାନ୍ତ କୁମାର ଗୌଡ଼ଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି ମେଳାକୁ ଏବିଓ କୃଷ୍ଣଚନ୍ଦ୍ର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍ଘାଟନ କରିଥିଲେ। ଏବିଓ ରବୀନ୍ଦ୍ର ବେହେରା ସମ୍ମାନିତ ଅତିଥି ଭାବେ ଯୋଗଦେଇଥିବା ବେଳେ ପରିଚାଳନା ସମିତିର ସଭାପତି ପୂର୍ଣ୍ଣଚନ୍ଦ୍ର ଜେନା କାର୍ଯ୍ୟକ୍ରମରେ ସଭାପତିତ୍ୱ କରିଥିଲେ।ବିଜ୍ଞାନ ମେଳାରେ ବିଦ୍ୟାଳୟର ୩୧ ଜଣ ଛାତ୍ରଛାତ୍ରୀ ଅଂଶଗ୍ରହଣ କରି ବିଭିନ୍ନ ବିଜ୍ଞାନଭିତ୍ତିକ ପ୍ରକଳ୍ପ ପ୍ରଦର୍ଶନ କରିଥିଲେ। ଛାତ୍ରଛାତ୍ରୀମାନେ ନିଜର ସୃଜନଶୀଳତା ଓ ବୈଜ୍ଞାନିକ ଚିନ୍ତନର ପରିଚୟ ଦେଇ ବିଭିନ୍ନ ପ୍ରକଳ୍ପ ମାଧ୍ୟମରେ ଉପସ୍ଥିତ ଅତିଥି ଓ ଦର୍ଶକଙ୍କୁ ଆକର୍ଷିତ କରିଥିଲେ।ପ୍ରକଳ୍ପଗୁଡ଼ିକର ମୂଲ୍ୟାଙ୍କନ ପାଇଁ ଆଞ୍ଚଳିକ କୃଷି ସଂଯୁକ୍ତ ଉଚ୍ଚ ବିଦ୍ୟାଳୟ, ପଙ୍କଳବାଡ଼ିର ଶିକ୍ଷକ ସନ୍ତୋଷ କୁମାର ପରିଡ଼ା ଏବଂ ଉନ୍ନୀତ ଉଚ୍ଚ ବିଦ୍ୟାଳୟ, ଘୋଡ଼ାପଡ଼ାର ଶିକ୍ଷୟିତ୍ରୀ ରେଖା ମାନ୍ ବିଚାରକ ଭାବେ ଯୋଗଦେଇଥିଲେ। ବିଭିନ୍ନ ପ୍ରକଳ୍ପର ମୂଲ୍ୟାଙ୍କନ ପରେ ଶ୍ରେଷ୍ଠ ପ୍ରଦର୍ଶନ କରିଥିବା ୫ ଜଣ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲାକାର୍ଯ୍ୟକ୍ରମକୁ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଓ କର୍ମଚାରୀବୃନ୍ଦ ପରିଚାଳନାରେ ସମ୍ପୂର୍ଣ୍ଣ ସହଯୋଗ କରିଥିଲେ।
