ଉତ୍କଳ voice news - utkalvoicenews.com
Ads Left
Ads Right
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ମାଣିତରା ହାଇସ୍କୁଲରେ ବାର୍ଷିକ ଉତ୍ସବ ଏବଂ ଆମ ସଂସ୍କୃତି ଓ ଆମ ଖେଳନା କାର୍ଯ୍ୟକ୍ରମ

ବୁଗୁଡା, 17/03/2025, ଉତ୍କଳ voice news - utkalvoicenews.com(ସୋରେନ କୁମାର ପ୍ରଧାନ) :
Article Image
ବୁଗୁଡା ବ୍ଲକ ଅନ୍ତର୍ଗତ ମାଣିତରା ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଏବଂ ଆମ ସଂସ୍କୃତି ଓ ଆମ ଖେଳନା ସମ୍ପର୍କିତ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କୈଳାଶ ଚନ୍ଦ୍ର ମହାରଣା ଅଧ୍ଯକ୍ଷତା କରିଥିବା ବେଳେ ଅତିଥ୍‌ ଭାବେ ବରିଷ୍ଠ ସାମ୍ବାଦିକ ଅନିଲ କୁମାର ମହାରଣା, ସିଆରସିସି ଶଶିକାନ୍ତ ପାତ୍ର ଓ ବରିଷ୍ଠ ଶିକ୍ଷକ ଗୋପାଳ ଚନ୍ଦ୍ର ନାୟକ ଯୋଗଦେଇ ପ୍ରତିଯୋଗିତାରେ କୃଷିତ୍ବ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରିଥିଲେ। ସହକାରୀ ଶିକ୍ଷକ ଦେବଦତ୍ତ କଅଁର ସଂଯୋଜନା କରିବା ସହ ଧନ୍ୟବାଦ ଅର୍ପଣ କରିଥିଲେ। ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।
1