ଉତ୍କଳ voice
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ଜଗତସିଂହପୁରରେ ଗାନ୍ଧୀ ଜୟନ୍ତୀ ସମାରୋହ

ଜଗତସିଂହପୁର, 02/10/2026, ଉତ୍କଳ voice news - utkalvoicenews.com( ଜଗତସିଂହପୁର ରୁ ରୀତା ସାହୁ ଙ୍କ ରିପୋର୍ଟ ) :
Article Image
ତାରିଖ – ୦୨/୧୦/୨୦୨୬ ଜଗତସିଂହପୁରରେ ପାଳିତ ହୋଇଛି ୧୫୭ତମ ଗାନ୍ଧୀ ଜୟନ୍ତୀ ସମାରୋହ । ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହରେ ଜିଲ୍ଲାସ୍ତରୀୟ ଗାନ୍ଧୀ ଜୟନ୍ତୀ ସମାରୋହ ଅନୁଷ୍ଠିତ ହୋଇଛି । ଏହି ଅବସରରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୁର ଶାସ୍ତ୍ରୀଙ୍କ ଜୀବନୀ ଓ ଆଦର୍ଶ ସମ୍ପର୍କରେ ଆଲୋଚନା କରାଯାଇଛି । ଏଥିସହ ବକୃତା ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଛି । ଜିଲ୍ଲାପାଳ ଜେ. ସୋନାଲଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ସମାରୋହରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ମନୋଜ କୁମାର ଭୋଇ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ଅନ୍ୟ ମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ସମ୍ବିଦ କୁମାର ରାଉତ, ଅତିରିକ୍ତ ଜିଲ୍ଲାପାଳ ଜ୍ୟୋତି ଶଙ୍କର ରାୟ, ପୌରାଧ୍ୟକ୍ଷା ଅର୍ଚ୍ଚନା ସିଂ ଏବଂ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରତିଚୀ ତନୟା ମହାନ୍ତି ପ୍ରମୁଖ ଯୋଗ ଦେଇ ମହାତ୍ମା ଗାନ୍ଧୀ ଓ ଲାଲବାହାଦୁର ଶାସ୍ତ୍ରୀଙ୍କ ଜୀବନୀ, ଆଦର୍ଶ ଏବଂ ଦେଶ ପାଇଁ ସେମାନଙ୍କ ଅବଦାନ ସମ୍ପର୍କରେ ଆଲୋଚନା କରାଯାଇଥିଲା । ଗାନ୍ଧୀଜୀଙ୍କ ସତ୍ୟ, ଅହିଂସା ଓ ଶାନ୍ତିର ଆଦର୍ଶକୁ ଅନୁସରଣ କରିବା ସହ ଦେଶ ଗଠନରେ ଯୁବପିଢ଼ିଙ୍କ ଭୂମିକା ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଇଥିଲା । ପରେ ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ବକୃତା ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା ।
Article Image
Article Image
4