ଉତ୍କଳ voice
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ଗଣତନ୍ତ୍ର ବଞ୍ଚାଅ ସପ୍ତାହରେ କଂଗ୍ରେସର ପଦଯାତ୍ରା, ବିଭିନ୍ନ ଦାବି ନେଇ ବିକ୍ଷୋଭ

ଜଗତସିଂହପୁର, 06/10/2026, ଉତ୍କଳ voice news - utkalvoicenews.com(ଜଗତସିଂହପୁରରୁ ରିତା ସାହୁଙ୍କ ରିପୋର୍ଟ) :
Article Image
ତାରିଖ: ୦୬/୧୦/୨୦୨୬ : ଜଗତସିଂହପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ‘ଗଣତନ୍ତ୍ର ବଞ୍ଚାଅ ସପ୍ତାହ’ ଅବସରରେ ଜିଲ୍ଲା ମୁଖ୍ୟାଳୟରେ ଏକ ଜିଲ୍ଲାସ୍ତରୀୟ ପଦଯାତ୍ରା ଓ ବିକ୍ଷୋଭ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।
Article Image
ଜିଲ୍ଲା କଂଗ୍ରେସ ସଭାପତି ଦେବ ପ୍ରସାଦ ନାୟକଙ୍କ ନେତୃତ୍ୱରେ ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟରୁ ଏକ ପଦଯାତ୍ରା ବାହାରି ସହର ପରିକ୍ରମା କରିଥିଲା। ପରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଦଳୀୟ ନେତା ଓ କର୍ମୀମାନେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏହି ଅବସରରେ କଂଗ୍ରେସ ପକ୍ଷରୁ MMDR ଆଇନ ରଦ୍ଦ, ଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଏବଂ ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କରାଯାଇଥିଲା। ଏଥିସହ ବନ୍ୟା ବିପନ୍ନଙ୍କୁ ତୁରନ୍ତ ସହାୟତା ଯୋଗାଇଦେବା ପାଇଁ ମଧ୍ୟ ଦାବି ଉଠାଯାଇଥିଲା।
Article Image
କାର୍ଯ୍ୟକ୍ରମରେ ପୂର୍ବତନ ବାଙ୍କୀ ବିଧାୟକ ତଥା ପିସିସି ଉପସଭାପତି ଦେବାଶିଷ ପଟ୍ଟନାୟକ, ବରିଷ୍ଠ କଂଗ୍ରେସ ନେତା ନଟବର ବାରିକ, ତିର୍ତ୍ତୋଲର ଯୁବ ନେତା ହିମାଂଶୁ ଭୂଷଣ ମଲ୍ଲିକଙ୍କ ସମେତ ଶତାଧିକ ଦଳୀୟ ନେତା ଓ କର୍ମୀ ଯୋଗଦେଇଥିଲେ। ଏହି ସମୟରେ ସେମାନେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିରୋଧରେ ବିଭିନ୍ନ ନାରା ଦେଇଥିଲେ। ସେହିପରି, ଆସନ୍ତା ୮ ତାରିଖରେ ଏନ୍ଡି ମେଣ୍ଟ ପକ୍ଷରୁ ଆହୂତ ଓଡ଼ିଶା ବନ୍ଦକୁ ସଫଳ କରିବା ପାଇଁ କଂଗ୍ରେସ ନେତାମାନେ ଜନସାଧାରଣଙ୍କୁ ଆହ୍ୱାନ ଦେଇଥିଲେ।
4