ଉତ୍କଳ voice news - utkalvoicenews.com
Ads Left
Ads Right
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ଏରସମା ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର

ଏରସମା, 24/03/2025, ଉତ୍କଳ voice news - utkalvoicenews.comଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ସୋମବାର ଦିନ ଏରସମା ବ୍ଳକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଜିଲ୍ଲାପାଳ ଜେ. ସୋନାଲ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ଏଥିରେ ମୋଟ ୧୪୨ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୧୨୧ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୨୧ ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରାସନ୍ କାର୍ଡ ସମ୍ବନ୍ଧୀୟ ୧୫ ଟି, ଆବାସ ଯୋଜନା ସମର୍କୀୟ ୧୧ ଟି ,ଜମିଜମା ସମସ୍ୟା ସମ୍ପର୍କୀୟ ୨୮ ଟି, ଭତ୍ତା ପାଇବା ପାଇଁ ୦୭ ଟି ,ପୋଲିସ ସହାୟତା ପାଇବା ପାଇଁ ୦୩ ଟି, ଏବଂ ଅନ୍ୟାନ୍ୟ ୫୬ ଟି ଅଭିଯୋଗର ଶୁଣାଣି କରାଯାଇଥିଲା। ୦୧ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଭବାନୀ ଶଙ୍କର ଉଦଗାତା, ଜ଼ିଲ୍ଲା ପରିଷଦ ର ମୁଖ୍ୟ ବିକାଶ ଅଧିକାରୀ ଶ୍ରୀ ରବିନାରାୟଣ ଜେଠୀ ,ଅତିରିକ୍ତ ଜିଲ୍ଲାପାଳ, ଜଗତସିଂହପୁର ଶ୍ରୀ ଜ୍ୟୋତି ଶଙ୍କର ରାୟ, ଉପ ଜିଲ୍ଲାପାଳ, ଜଗତସିଂହପୁର, ଶ୍ରୀ ପ୍ରଶାନ୍ତ କୁମାର ତରାଇ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଏରସମା ,ଶ୍ରୀ ଦାଶରଥି ଜେନା , ତହସିଲଦାର, ଏରସମା, ସ୍ନିଗ୍ଧା ସନ୍ଧ୍ୟାଞ୍ଜଳି ବେହେରା,ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।
Article Image
Article Image
1