ବୁଗୁଡ଼ା, 16/10/2026, ଉତ୍କଳ voice news - utkalvoicenews.com(ସୋରେନ କୁମାର ପ୍ରଧାନ ଙ୍କ ରିପୋର୍ଟ):
ବୁଗୁଡ଼ା ବ୍ଲକ ପକ୍ଷରୁ ବ୍ଲକସ୍ତରୀୟ ସେବାସେତୁ ଅଭିଯାନ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏହି ଅଭିଯାନ ମାଧ୍ୟମରେ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା, ସରକାରୀ ସେବା ପ୍ରଦାନ ବ୍ୟବସ୍ଥା ଓ ଉପଲବ୍ଧ ସୁବିଧା ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରାଯାଇଥିଲା। ଏଥିସହ ବିଭିନ୍ନ ଯୋଜନାରେ ହିତାଧିକାରୀଙ୍କୁ ଋଣ ପ୍ରଦାନ ସହ କାର୍ଯ୍ୟାଦେଶ ବଣ୍ଟନ କରାଯାଇଥିଲା।ବୁଗୁଡ଼ା ବ୍ଲକ ବିଡିଓ ଦୂତିକୃଷ୍ଣ ପାତ୍ରଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବ୍ଲକ ଉପାଧ୍ୟକ୍ଷ ମାନସ ରଞ୍ଜନ ପ୍ରଧାନ ଓ ବ୍ଲକ ପ୍ରାଣୀ ଚିକିତ୍ସା ଅଧିକାରୀଙ୍କ ସମେତ ବିଭିନ୍ନ ବିଭାଗର କର୍ମଚାରୀ, ମିଶନ ଶକ୍ତିର ସଦସ୍ୟା, ପଞ୍ଚାୟତ ପ୍ରତିନିଧି ଓ ସ୍ଥାନୀୟ ଜନସାଧାରଣ ଯୋଗଦେଇଥିଲେ।ସରକାରୀ ଯୋଜନାର ସୁଫଳ ଯେପରି ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିପାରିବ, ସେଥିପାଇଁ ବିଭିନ୍ନ ବିଭାଗ ପକ୍ଷରୁ ଯୋଜନା ଓ ସେବା ସମ୍ପର୍କରେ ଆବଶ୍ୟକ ସୂଚନା ପ୍ରଦାନ କରାଯାଇଥିଲା। ଏହି ଅଭିଯାନ ମାଧ୍ୟମରେ ଜନସାଧାରଣ ସରକାରୀ ସେବା ଓ ଜନକଲ୍ୟାଣକାରୀ ଯୋଜନା ସମ୍ପର୍କରେ ଅବଗତ ହେବା ସହ ବିଭିନ୍ନ ସୁବିଧା ପାଇବାର ସୁଯୋଗ ପାଇଥିଲେ।