ଉତ୍କଳ voice
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ବୁଗୁଡ଼ାରେ ଏବିଭିପି ପକ୍ଷରୁ ଛାତ୍ର ନେତା ସମ୍ମିଳନୀ ; ବିଜୟୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ବୁଗୁଡ଼ା, 24/10/2026, ଉତ୍କଳ voice news - utkalvoicenews.com( ସୋରେନ କୁମାର ପ୍ରଧାନ ଙ୍କ ରିପୋର୍ଟ ) :
Article Image
ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ, ଘୁମୁସର ଜିଲ୍ଲା ପକ୍ଷରୁ ବୁଗୁଡ଼ାସ୍ଥିତ ବିରଞ୍ଚିନାରାୟଣ କଲ୍ୟାଣ ମଣ୍ଡପଠାରେ ଏକ ଛାତ୍ର ନେତା ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏହି ସମ୍ମିଳନୀରେ ବିଭିନ୍ନ ମହାବିଦ୍ୟାଳୟର ଛାତ୍ରନେତା ଓ ସଂଗଠନର କାର୍ଯ୍ୟକର୍ତ୍ତାମାନେ ଯୋଗଦେଇଥିଲେ।ଉକ୍ତ କାର୍ଯ୍ୟକ୍ରମରେ ଏବିଭିପିର ରାଷ୍ଟ୍ରୀୟ ସହ-ସଂଗଠନ ସମ୍ପାଦକ ଗୋବିନ୍ଦ ନାୟକ, ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ବରିଷ୍ଠ କାର୍ଯ୍ୟକର୍ତ୍ତା ଗୋପାଳ ନାୟକ, ଓଡ଼ିଶା ପୂର୍ବ ପ୍ରାନ୍ତର ସଂଗଠନ ସମ୍ପାଦକ ବୁଦ୍ଧଦେବ ବାଘ, ଏବିଭିପିର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟ ରୁଦ୍ର ପ୍ରସାଦ ସେଠୀ, ବିଜେପି ଯୁବମୋର୍ଚ୍ଚାର ଘୁମୁସର ଜିଲ୍ଲା ସଭାପତି କୃଷ୍ଣଚନ୍ଦ୍ର ମହାପାତ୍ର, ବିଜେପି ବୁଗୁଡ଼ା ନଗର ସଭାପତି କେଦାରନାଥ ମହାରଣା ଏବଂ ଶେଷଦେବ ପାତ୍ର ପ୍ରମୁଖ ମଞ୍ଚାସୀନ ଥିଲେ।ସମ୍ମିଳନୀ ଅବସରରେ ବୁଗୁଡ଼ା ପିପୁଲ୍ସ କଲେଜ, ବାଲିପଦର ଆଞ୍ଚଳିକ ବିଜ୍ଞାନ ମହାବିଦ୍ୟାଳୟ ଏବଂ ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟର ଛାତ୍ର ସଂସଦ ନିର୍ବାଚନରେ ବିଜୟୀ ହୋଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଅତିଥିମାନଙ୍କ ଦ୍ୱାରା ସମ୍ବର୍ଦ୍ଧିତ କରାଯାଇଥିଲା। ଏହା ସହିତ ଛାତ୍ରନେତୃତ୍ୱ, ସାଂଗଠନିକ କାର୍ଯ୍ୟକଳାପ ଏବଂ ଛାତ୍ରଛାତ୍ରୀଙ୍କ ଭୂମିକାକୁ ନେଇ ଏହି ସମ୍ମିଳନୀରେ ଆଲୋଚନା ହୋଇଥିଲା।କାର୍ଯ୍ୟକ୍ରମର ଶେଷରେ ଏବିଭିପି ଘୁମୁସର ଜିଲ୍ଲା ସଂଯୋଜକ ତଥା ବୁଗୁଡ଼ା ପିପୁଲ୍ସ କଲେଜ ଛାତ୍ର ସଂସଦ ନିର୍ବାଚନରେ ସଭାପତି ଭାବେ ବିଜୟୀ ହୋଇଥିବା ସଂଗ୍ରାମ ଦାସ ଉପସ୍ଥିତ ଅତିଥି, କାର୍ଯ୍ୟକର୍ତ୍ତା ଓ ଛାତ୍ରଛାତ୍ରୀଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।
5