ଉତ୍କଳ voice
Ads Left
Ads Right
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ତୃତୀୟ ପର୍ଯ୍ୟାୟ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

ଯାଜପୁର, 07/11/2026, ଉତ୍କଳ voice news - utkalvoicenews.com ( ଉମାକାନ୍ତ ବେହେରା ଙ୍କ ରିପୋର୍ଟ ) :
Article Image
ତା - ୭/୧୧/୨୦୨୬ : ବଡ଼ଚଣା ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ସରକାରଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ୱାରା ନୂତନ ଯୋଜନା ବା ତୃତୀୟ ପର୍ଯ୍ୟାୟ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଛଅ ଶହ ତିରିଶି ବିଦ୍ୟାଳୟ ର ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଭିଡ଼ିଓ କନଫରେନ୍ସ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି। କେଉଁଝର ଜିଲ୍ଲାକୁ ମୁଖ୍ୟମନ୍ତ୍ରୀ ଗ୍ରସ୍ତ କରି ଏକ ସଭା ମାଧ୍ୟମରେ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ସେହି ପରିପେକ୍ଷୀରେ ଯାଜପୁର ଜିଲ୍ଲା ବଡ଼ଚଣା ବ୍ଲକ ର ସୋଲର ସରକାରୀ ଉନ୍ନତି ପ୍ରକଳ୍ପ ଉଚ୍ଚ ବିଦ୍ୟାଳୟ ଓ ମଝିପଡ଼ା ପଞ୍ଚାୟତ ସ୍ଥିତ ବନମାଳୀପୁର ଉନ୍ନୀତ ମଧ୍ୟ ଇଂରାଜୀ ବିଦ୍ୟାଳୟ କୁ ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସାମିଲ କରିଥିବା ବେଳେ ସ୍ଥାନୀୟ ବିଧାୟକ ଅମର କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦୁଇଟି କାର୍ଯ୍ୟକ୍ରମ ରେ ସାମିଲ ହୋଇଥିଲେ। ବିଦ୍ୟାଳୟ ର ଛାତ୍ରଛାତ୍ରୀ ଶିକ୍ଷକ ଶିକ୍ଷୟିତ୍ରୀ ଓ ଅଭିଭାବକ ଏବଂ ସ୍ଥାନୀୟ ଲୋକଙ୍କ ସହ ମିଶି କାର୍ଯ୍ୟକ୍ରମ କୁ ସଫଳ କରିଥିଲେ। ସ୍ଥାନୀୟ ଲୋକେ ରାଜ୍ୟ ସରକାର ଓ ଗଣ ଶିକ୍ଷାମନ୍ତ୍ରୀ ଓ ସ୍ଥାନୀୟ ବିଧାୟକ ଙ୍କୁ ଧନ୍ୟବାଦ ଜଣାଇଛନ୍ତି।
9