ଉତ୍କଳ voice
Ads Left
Ads Right
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

୧୮୭୭ ହିତାଧିକାରୀ ଉପକୃତ, ୩ ଭିନ୍ନକ୍ଷମଙ୍କୁ ମିଳିଲା ବ୍ୟାଟେରୀ ଚାଳିତ ଯାନ

ବୁଗୁଡ଼ା, 13/11/2026, ଉତ୍କଳ voice news - utkalvoicenews.com( ସୋରେନ କୁମାର ପ୍ରଧାନ ଙ୍କ ରିପୋର୍ଟ ) :
Article Image
ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ ବୁଗୁଡ଼ା ବ୍ଲକ ସ୍ତରୀୟ ଏକୀକୃତ ପେନସନ ପରିଚାଳନା ପୋର୍ଟାଲର ଶୁଭ ଉନ୍ମୋଚନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ଓଡ଼ିଶା ସରକାରଙ୍କ ମାନ୍ୟବର ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିଭାଗର ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ ଯୋଗଦେଇ ପୋର୍ଟାଲର ଶୁଭ ଉନ୍ମୋଚନ କରିବା ସହ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କରିଥିଲେ।ଏହି ଅବସରରେ ବୁଗୁଡ଼ା ବ୍ଲକର ୧୭୯୫ ଜଣ ଏବଂ ବୁଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦର ୮୨ ଜଣ, ଏହିପରି ମୋଟ ୧୮୭୭ ଜଣ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କରାଯାଇଥିଲା।ଏଥିସହ ତିନି ଜଣ ଭିନ୍ନକ୍ଷମ ହିତାଧିକାରୀଙ୍କୁ ବ୍ୟାଟେରୀ ଚାଳିତ ଯାନ ପ୍ରଦାନ କରାଯାଇଥିଲା।ସରକାରଙ୍କ ଏହି ପଦକ୍ଷେପ ଦ୍ୱାରା ପେନସନ ବ୍ୟବସ୍ଥାରେ ସ୍ୱଚ୍ଛତା ଓ ସରଳତା ଆସିବା ସହ ଯୋଗ୍ୟ ହିତାଧିକାରୀମାନେ ସୁବିଧାରେ ସରକାରୀ ସୁବିଧା ପାଇପାରିବେ ବୋଲି ଆଶା ପ୍ରକାଶ ପାଇଛି।ଏହା ଦ୍ୱାରା ପ୍ରକୃତ ଓ ଯୋଗ୍ୟ ହିତାଧିକାରୀମାନେ ବିନା କୌଣସି ଅସୁବିଧାରେ ସହଜରେ ସରକାରୀ ଜନକଲ୍ୟାଣ ସୁବିଧା ପାଇପାରିବେ ବୋଲି ଆଶା ପ୍ରକାଶ ପାଇଛି। ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ପ୍ରଶାସନିକ ଅଧିକାରୀ, ଜନପ୍ରତିନିଧି ଏବଂ ବହୁ ସଂଖ୍ୟାରେ ସ୍ଥାନୀୟ ଜନସାଧାରଣ ଉପସ୍ଥିତ ଥିଲେ।
Article Image
14