ଉତ୍କଳ voice
Ads Left
Ads Right
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ଭତ୍ତା ପାଇଁ ଆଉ ଅପେକ୍ଷା ନାହିଁ, ପାରାଦୀପରେ ନୂତନ ଭତ୍ତା ବଣ୍ଟନ

ପାରାଦୀପ, 13/11/2026, ଉତ୍କଳ voice news - utkalvoicenews.com( ପାରାଦୀପରୁ ସୁମିତ୍ରା ସେନାପତିଙ୍କ ରିପୋର୍ଟ ) :
Article Image
ରାଜ୍ୟର ଯୋଗ୍ୟ ହିତାଧିକାରୀଙ୍କୁ ସାମାଜିକ ସୁରକ୍ଷା ଯୋଜନାରେ ସାମିଲ କରିବା ସହ ଭତ୍ତା ପ୍ରଦାନ ପ୍ରକ୍ରିୟାକୁ ସରଳ ଓ ସୁଗମ କରିବା ଲକ୍ଷ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ପଦକ୍ଷେପ ନିଆଯାଇଛି। ଏହି ପରିପ୍ରେକ୍ଷୀରେ ପାରାଦୀପ ପୌରପାଳିକା ପକ୍ଷରୁ ନୂତନ ସାମାଜିକ ସୁରକ୍ଷା ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଆୟୋଜିତ ହୋଇ ଯୋଗ୍ୟ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ କରାଯାଇଛି।
Article Image
ପୌରପାଳିକା ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମ ପୌରାଧ୍ୟକ୍ଷ ବସନ୍ତ କୁମାର ବିଶ୍ୱାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏଥିରେ ରାଜ୍ୟ ଶିଳ୍ପ ମନ୍ତ୍ରୀ ତଥା ସ୍ଥାନୀୟ ବିଧାୟକ ସମ୍ପଦ ଚନ୍ଦ୍ର ସ୍ୱାଇଁ, ଅତିରିକ୍ତ ଜିଲ୍ଲାପାଳ ନିରଞ୍ଜନ ବେହେରାଙ୍କ ସମେତ ବିଭିନ୍ନ ପ୍ରଶାସନିକ ଅଧିକାରୀ ଓ ସ୍ଥାନୀୟ ଜନପ୍ରତିନିଧି ଯୋଗଦେଇଥିଲେ। ଏହି ଅବସରରେ ଅତିଥିମାନେ ସାମାଜିକ ସୁରକ୍ଷା ଯୋଜନାର ଉଦ୍ଦେଶ୍ୟ ଓ ହିତାଧିକାରୀଙ୍କ ପାଇଁ ସରକାରଙ୍କ ପଦକ୍ଷେପ ସମ୍ପର୍କରେ ଆଲୋକପାତ କରିଥିଲେ। ନୂତନ ବ୍ୟବସ୍ଥା ଅନୁଯାୟୀ, ଭତ୍ତା ପାଇଁ ଯୋଗ୍ୟ ବ୍ୟକ୍ତିମାନେ ଆଉ ଦୀର୍ଘଦିନ ଅପେକ୍ଷା ନକରି ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଅନଲାଇନ୍ ପୋର୍ଟାଲ ମାଧ୍ୟମରେ ଘରେ ବସି ଆବେଦନ କରିପାରିବେ। ଏହାଦ୍ୱାରା ଆବେଦନ ପ୍ରକ୍ରିୟା ସହଜ ହେବା ସହ ଯୋଗ୍ୟ ହିତାଧିକାରୀଙ୍କୁ ସମୟୋଚିତ ସେବା ଯୋଗାଇ ଦେବା ସମ୍ଭବ ହୋଇପାରିବ ବୋଲି ଅତିଥିମାନେ ନିଜ ଅଭିଭାଷଣରେ ମତ ପ୍ରକାଶ କରିଥିଲେ।
Article Image
ସରକାରଙ୍କ ଏହି ପଦକ୍ଷେପ ଦ୍ୱାରା ଯୋଗ୍ୟ ହିତାଧିକାରୀମାନେ ସାମାଜିକ ସୁରକ୍ଷାର ସୁଫଳ ପାଇପାରିବେ ବୋଲି ଆଶା ପ୍ରକାଶ ପାଇଛି।
19