ବୁଗୁଡ଼ା, 20/11/2026, ଉତ୍କଳ voice news - utkalvoicenews.com( ସୋରେନ କୁମାର ପ୍ରଧାନ ଙ୍କ ରିପୋର୍ଟ ) :
ବାତ୍ୟା ଓ ଲଗାଣ ବର୍ଷାର ପ୍ରଭାବରେ ବୁଗୁଡ଼ା ବ୍ଲକର ବିଭିନ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ବନ୍ୟା ସ୍ଥିତିର ଅନୁଧ୍ୟାନ ପାଇଁ ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନ ବୁଗୁଡ଼ା ବ୍ଲକ ଗସ୍ତ କରିଛନ୍ତି। ଏହି ଗସ୍ତ ସମୟରେ ଜିଲ୍ଲାପାଳ ବର୍ଷା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବା ସହ ବାଘୁଆ ଜଳଭଣ୍ଡାର ପ୍ରକଳ୍ପର ସ୍ଥିତି ଅନୁଧ୍ୟାନ କରିଥିଲେ।ବାଘୁଆ ଜଳଭଣ୍ଡାର ପରିଦର୍ଶନ ସମୟରେ ଭଞ୍ଜନଗର ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ଏବଂ ବାଘୁଆ ପ୍ରକଳ୍ପର ନିର୍ବାହୀ ଯନ୍ତ୍ରୀଙ୍କ ସହ ଜଳଭଣ୍ଡାରର ଜଳସ୍ତର, ଜଳ ନିଷ୍କାସନ ବ୍ୟବସ୍ଥା ଓ ବର୍ତ୍ତମାନର ସ୍ଥିତି ସମ୍ପର୍କରେ ଆଲୋଚନା କରିଥିଲେ।ଏହାପରେ ବ୍ଲକ ସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀଙ୍କ ସହ ବୈଠକ କରି ବର୍ଷା ଓ ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ମୁକାବିଲା ନିମନ୍ତେ ହୋଇଥିବା ପ୍ରସ୍ତୁତିର ସମୀକ୍ଷା କରିଥିଲେ। ଜରୁରୀକାଳୀନ ପରିସ୍ଥିତିରେ ବିଭାଗୀୟ ଅଧିକାରୀମାନେ କିପରି ସମନ୍ୱୟ ରକ୍ଷା କରି କାର୍ଯ୍ୟ କରିବେ, ସେନେଇ ମଧ୍ୟ ଆଲୋଚନା ହୋଇଥିଲା।