ଉତ୍କଳ voice news - utkalvoicenews.com
Ads Left
Ads Right
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

କର୍କଟ ରୋଗରେ ପୀଡିତା କମଳା ଓଝାଙ୍କୁ ଆର୍ଥିକ ସହାୟତା ସହ ଏକ ମାସର ରାସନ୍ ସାମଗ୍ରୀ ପ୍ରଦାନ

ଏରସମା, 20/04/2025, ଉତ୍କଳ voice news - utkalvoicenews.com
Article Image
ଜଗତସିଂହପୁର ଜିଲ୍ଲା ଏରସମା ବ୍ଲକ ଚଟୁଆ ଗ୍ରାମପଞ୍ଚାୟତ ଅନ୍ତର୍ଗତ ଜନାର୍ଦନପୁର ଗ୍ରାମର କର୍କଟ ରୋଗରେ ପୀଡିତା କମଳା ଓଝାଙ୍କୁ ସହାୟତାର ହାତ ବଢ଼ାଇଛନ୍ତି ଓଡ଼ିଶାର ପ୍ରମୁଖ ଦାତବ୍ୟ ଟ୍ରଷ୍ଟ ମା' ତାରିଣୀ ହେଲପିଙ୍ଗ ହ୍ୟାଣ୍ଡସ | ସୂଚନା ଯୋଗ୍ୟ କି, ବିଧବା କମଳା କିଛି ମାସ ହେବ କର୍କଟ ରୋଗରେ ପୀଡିତ ହୋଇ ବର୍ତ୍ତମାନ ଚଲାବୁଲା କରିବାକୁ ଅକ୍ଷମ | ସେ ଜଣେ ଅତ୍ୟନ୍ତ ଗରିବ ଶ୍ରେଣୀର ବ୍ୟକ୍ତି ଏବଂ ପର ଘରେ ମୁଲ ମଜୁରୀ କରି ପରିବାର ପ୍ରତିପୋଷଣ କରନ୍ତି | ପରିବାର କହିଲେ ସେ ଏବଂ ତାଙ୍କର ନାବାଳକ ପୁଅ । ଘର କହିଲେ ଭଙ୍ଗା ଚାଳଛପର ଘର। ବର୍ତ୍ତମାନ ଅର୍ଥାଭାବରୁ ଏହି ଦୁଃଖୀ ପରିବାର ଅତ୍ୟନ୍ତ ଦୟନୀୟ ଜୀବନଯାପନ କରୁଛନ୍ତି | ଏବେ ଚିକିସ୍ଥାରେ ଅର୍ଥ ସାଜିଛି ବାଧକ | ବିଭିନ୍ନ ଗଣମାଧ୍ୟମରୁ ଏହି ଦୁଃଖଦ ଖବର ପାଇ ମା' ତାରିଣୀ ହେଲପିଙ୍ଗ ହ୍ୟାଣ୍ଡସର ସଭାପତି ତଥା ସମାଜସେବୀ ଇଂ. ଶଙ୍ଖେଶ୍ଵର ପ୍ରସାଦ ମହାନ୍ତିଙ୍କ ପରାମର୍ଶ କ୍ରମେ ବରିଷ୍ଠ ସଦସ୍ୟ ନନ୍ଦନନ୍ଦନ ଜୟସିଂ, ଜ୍ୟୋତିରଂଜନ ସ୍ବାଇଁ, ଜୀବନଜ୍ୟୋତି ଜୟସିଂ, ବାବାଜୀ ରାଉତ ଏବଂ ସମ୍ବିତ ଦାସ ପ୍ରମୁଖ କମଳାଙ୍କ ବାସଭବନରେ ପହଞ୍ଚି ତାଙ୍କୁ ଦଶ ହଜାର(୧୦,୦୦୦/-) ଟଙ୍କାର ଆର୍ଥିକ ସହାୟତା ଏବଂ ଏକ ମାସର ରାସନ୍ ସାମଗ୍ରୀ ଯୋଗାଇ ଦେବା ସହ ତାଙ୍କର ଆଶୁ ଆରୋଗ୍ୟ କାମନା କରିଥିଲେ | ମା ତାରିଣୀ ହେଲପିଙ୍ଗ ହ୍ୟାଣ୍ଡସର ବଦାନ୍ୟତା ପାଇଁ କମଳା ଏବଂ ତାଙ୍କ ପରିବାର କୃତଜ୍ଞତା ଜଣାଇଥିବା ବେଳେ ଅନୁଷ୍ଠାନର ଏହି କାର୍ଯ୍ୟକୁ ସ୍ଥାନୀୟ ଅଞ୍ଚଳରେ ଭୁୟୀୟସୀ ପ୍ରଶଂସା କରାଯାଇଛି |
1