ଉତ୍କଳ voice news - utkalvoicenews.com
Ads Left
Ads Right
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ଆଇ.ଆର.ପି.ଏମ. ବିଭାଗ ପକ୍ଷରୁ ବିଦାୟ କାଳୀନ ସମ୍ବର୍ଦ୍ଧନା

ବୁଗୁଡ଼ା, 05/05/2025, ଉତ୍କଳ voice news - utkalvoicenews.com(ସୋରେନ କୁମାର ପ୍ରଧାନ) :
Article Image
ବୁଗୁଡା ପିପୁଲସ କଲେଜର ଆଇ.ଆର.ପି.ଏମ. ବିଭାଗର +୩ ତୃତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ +୩ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀ ବୃନ୍ଦଙ୍କ ଦ୍ଵାରା ବିଦାୟ କାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଏହି ବିଦାୟ କାଳୀନ ସମ୍ବର୍ଦ୍ଧନା ସଭାରେ କଲେଜର ପ୍ରିନ୍ସପାଲ ହରିକୃଷ୍ଣ ନାୟକ ଅଧ୍ୟକ୍ଷତା କରିଥିବା ବେଳେ ଅତିଥି ଭାବେ ପଦାର୍ଥ ବିଜ୍ଞାନ ବିଭାଗ ମୁଖ୍ୟ ଅଧ୍ୟାପକ ସୁଶାନ୍ତ କୁମାର ସାହୁ ଯୋଗଦେଇଥିଲେ। ବିଭାଗର ମୁଖ୍ୟ ଅଧ୍ୟାପକ ଦିଲ୍ଲୀପ କୁମାର ସେଠୀ ଓ ଅଧ୍ୟାପିକା ଚିନ୍ମୟୀ ପାତ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। +୩ ପ୍ରଥମ ଓ ଦ୍ଵିତୀୟ ବର୍ଷ ଛାତ୍ରଛାତ୍ରୀ ବୃନ୍ଦ ତୃତୀୟ ବର୍ଷ ଛାତ୍ରଛାତ୍ରୀଙ୍କୁ ବିଦାୟୀ ସମ୍ବର୍ଦ୍ଧନା ଜଣାଇଥିବା ବେଳେ ତୃତୀୟ ବର୍ଷ ଛାତ୍ରଛାତ୍ରୀ ବୃନ୍ଦ ସେମାନଙ୍କ ତିନି ବର୍ଷର ଅନୁଭୂତି ପ୍ରକାଶ କରିଥିଲେ। ପ୍ରିନ୍ସପାଲ ଶ୍ରୀ ନାୟକ, ଅତିଥି ଅଧ୍ୟାପକ ଶ୍ରୀ ସାହୁ ଏବଂ ଆଇଆରପିଏମ ବିଭାଗ ମୁଖ୍ୟ ଅଧ୍ୟାପକ ଦିଲ୍ଲୀପ କୁମାର ସେଠୀ ଓ ଅଧ୍ୟାପିକା ଚିନ୍ମୟୀ ପାତ୍ର ଛାତ୍ରଛାତ୍ରୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରି ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ। ବିଭାଗ ପକ୍ଷରୁ ସମସ୍ତଙ୍କୁ ଧନ୍ୟବାଦ ପ୍ରଦାନ କରାଯାଇଥିଲା।
Article Image
1