ଉତ୍କଳ voice news - utkalvoicenews.com
Ads Left
Ads Right
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ନାରୀମାନେ ସ୍ୱାମୀଙ୍କ ମଙ୍ଗଳ ଓ ଦୀର୍ଘାୟୁ କାମନା କରି ସାବିତ୍ରୀ ବତ୍ର ପାଳନ କରୁଛନ୍ତି

ଭୁବନେଶ୍ୱର, 25/05/2025, ଉତ୍କଳ voice news - utkalvoicenews.com
Article Image
ଆଜି ହେଉଛି ଜ୍ୟେଷ୍ଠ ଅମାବାସ୍ୟା, ଏହାକୁ ସାବିତ୍ରୀ ଅମାବାସ୍ୟା ବୋଲି ବି କୁହାଯାଇଥାଏ। ଏହି ତଥିରେ ପାଳିତ ହୋଇଥାଏ ସାବିତ୍ରୀ ବ୍ରତ। ଏଥିଲାଗି ସାରା ଓଡ଼ିଶାରେ ସଧବା ହିନ୍ଦୁ ନାରୀମାନେ ସ୍ୱାମୀଙ୍କ ମଙ୍ଗଳ ଓ ଦୀର୍ଘାୟୁ କାମନା କରି ବ୍ରତ ପାଳୁଛନ୍ତି। ଆଜି ରାଜ୍ୟର ସବୁଠି ସଧବା ମହିଳାମାନେ ମହାସତୀ ସାବିତ୍ରୀଙ୍କ ପତିଭକ୍ତିକୁ ମନେ ପକାଇ ପୂଜାର୍ଚ୍ଚନା କରୁଛନ୍ତି।କେହି କେହି ମନ୍ଦିରକୁ ଯାଇ ପୂଜାର୍ଚ୍ଚନା କରୁଛନ୍ତି ତ ପୁଣି ଅନ୍ୟମାନେ ଘରକୁ ପୂଜକଙ୍କୁ ଡକାଇ ପୂଜା କରୁଛନ୍ତି। ମହିଳା ମାନେ ପୂଜାର୍ଚ୍ଚନା ପରେ ନୂତନ ବସ୍ତ୍ର ପରିଧାନ କରିଥାନ୍ତି। ସକାଳ ହେଉ ହେଉ ମଥାରେ ସିନ୍ଦୂର, ହାତରେ ନୂଆ ଚୁଡ଼ି, ରଙ୍ଗ ବେରଙ୍ଗ ଶାଢିରେ ସଜେଇ ହୋଇ କେହି କେହି ସଧବା ମହିଳା ମନ୍ଦିରରେ ପହଞ୍ଚିଛନ୍ତି ତ ଆଉ କେହି ଘରେ ପୂଜା କରୁଥିବା ପରିଲକ୍ଷିତ ହେଉଛି। ଏହି କାରଣରୁ ବିଭିନ୍ନ ମନ୍ଦିରରେ ଭିଡ଼ ମଧ୍ୟ ଦେଖିବାକୁ ମିଳୁଛି l
1